odisha-cm-expresses-grief-over-death-of-home-guard-on-ratha-jatra-duty
ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲ୍ଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ପ୍ରଦୀପଙ୍କ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।
 
ସେ କହିଛନ୍ତି ଯେ ରଥଯାତ୍ରା ଭଳି ବୃହତ କାର୍ଯ୍ୟରେ କର୍ତ୍ତବ୍ୟ ପାଳନ କରୁଥିବା ବେଳେ ହୋମଗାର୍ଡ ଜଣଙ୍କର ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF)ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ।
 
ଏଥି ସହ ମୃତକଙ୍କ ପରିବାରର ଜଣେ ଯୋଗ୍ୟ ସଦସ୍ୟଙ୍କୁ ହୋମଗାର୍ଡ ଭାବେ ନିଯୁକ୍ତି ପ୍ରଦାନ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ପ୍ରଶାସନ ପକ୍ଷରୁ ଶୋକସନ୍ତପ୍ତ ପରିବାରକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରଥଯାତ୍ରା ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହୋମଗାର୍ଡଙ୍କ ତ୍ୟାଗକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *