Odisha CM Launches 25 e-Buses In Sambalpur,
ସମ୍ବଲପୁରବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି । ସମ୍ବଲପୁରରେ ସମୁଦାୟ ୫୦ଟି ଇ-ବସ୍ ଚାଲିବ ।
Odisha CM Launches 25 e-Buses In Sambalpur,
 
ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଏହି ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ବସ ଗୁଡିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟ ବା CRUT ର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍‌ଘାଟନ କରାଯାଇଛି । ଏଥିସହିତ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଟର୍ମିନାଲ ଏବଂ ବସ ଗୁଡିକର ରକ୍ଷଣାବେକ୍ଷଣ ପାଇଁ ୨୩୮ କୋଟି ୧୪ ଲକ୍ଷ ଟଙ୍କାର ବ୍ୟବସ୍ଥା କରାଯାଇଛି । ଏହି ବସ୍ ବ୍ୟବସ୍ଥା ଦ୍ୱାରା ସମ୍ବଲପୁରବାସୀଙ୍କ ଯାତାୟାତ ବ୍ୟବସ୍ଥା ସୁଦୃଢ ହୋଇପାରିବ ବୋଲି ସେ କହିଥିଲେ ।
Odisha CM Launches 25 e-Buses In Sambalpur,
 
ସେ ଆହୁରି କହିଥିଲେ, ଏହି ବସ ଗୁଡିକରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ହ୍ବିଲ ଚେୟାରର ବ୍ୟବସ୍ଥା କରିବା ସହିତ ଯାତ୍ରାମାନଙ୍କର ସୁରକ୍ଷା ଏବଂ ସୁବିଧା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି । ଡିଜିଟାଲ ପେମେଣ୍ଟ ସହିତ ଡିଜିଟାଲ ପେମେଣ୍ଟରେ ରିହାତିର ବ୍ୟବସ୍ଥା ମଧ୍ୟ ଏହି ବସରେ କରାଯାଇଛି । ଇ-ବସ୍ ହୋଇଥିବାରୁ ପରିବେଶ ପ୍ରଦୂଷଣକୁ ହ୍ରାସ କରିବାରେ ଏହି ବସ୍ ଗୁଡିକ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
 
ଉକ୍ତ କାର୍ଯ୍ୟକ୍ରମ ଅବସରରେ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ନାଉରି ନାଏକ, ଭାରତୀୟ ଜନତା ପାର୍ଟି ଜିଲ୍ଲା ସଭାପତି ରାମଚନ୍ଦ୍ର ମେହେର ପ୍ରମୁଖ ଉପସ୍ଥିତ ଥିଲେ ।

By Nirvay

Leave a Reply

Your email address will not be published. Required fields are marked *