ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍ (BCPPER) ର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଲୋକସେବା ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗ୍ରେଟର ଭୁବନେଶ୍ୱର ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି କରାଯାଉଛି । ରିଙ୍ଗ ରୋଡ଼, ନୂତନ ସିଟି, ସେମି କଣ୍ଡକ୍ଟର ହବ୍ ଆଦିକୁ ଗୁରୁତ୍ୱ ଦିଆଯାଉଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ମାଧ୍ୟମରେ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ରଖାଯାଇଛି । ଏହି ଦିଗରେ ନୀତି ଆୟୋଗଙ୍କ ସହଯୋଗରେ BCPPER ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ଭିତ୍ତିଭୂମି ଓ ଅର୍ଥନୀତି କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି । ଏହି ଅଞ୍ଚଳଗୁଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ, ଐତିହ୍ୟ, ଶିଳ୍ପ, ଲଜିଷ୍ଟିକ୍ସ ହବ୍ ହେବାର ସମ୍ଭାବନା ରହିଛି । ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ ସିଇଓ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି । Post navigation Mahanadi Water Dispute Hearing: ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି Bargarh Politics: ଦବଙ୍ଗ ଗିରି ଦେଖାଇ ଲୋକଙ୍କ ଠାରୁ ମାଡ଼ ଖାଇଲେ ବରଗଡ଼ ବିଧାୟକଙ୍କ ପୁଅ!