ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
 
ଘଟଣାର ଦୃଢ଼ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ । ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ । ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି । ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *