ଆସନ୍ତା ୨୫ ତାରିଖରେ ଆସିବ ରାଜ୍ୟ ସରକାରଙ୍କ ପ୍ରଥମ ବଜେଟ। ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ପରେ ୨୫ ତାରିଖରେ ଉପସ୍ଥାପନ ହେବ ୨୦୨୪-୨୦୨୫ ମସିହା ପାଇଁ ରାଜ୍ୟ ବଜେଟ୍ ହେବାକୁ ଯାଉଛି।

ଲୋକସେବା ଭବନରେ ଦିନ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେବ ରାଜ୍ୟ ବଜେଟ୍ ଅଧିବେଶନର କାର୍ଯ୍ୟକ୍ରମ। ତା’ପୂର୍ବରୁ ଆଜି ପ୍ରାକ୍ ବଜେଟ୍ ପରାମର୍ଶ ଗ୍ରହଣ କରାଯିବ।

ପୂର୍ବରୁ ରାଜ୍ୟ ବଜେଟ୍ ପାଇଁ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବର୍ଷ ୨୦୨୪-୨୫ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ SMS ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *