ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ୱରସ୍ଥିତ ପରିବହନ ଭବନ ସମ୍ମୁଖ ଏଜି ଛକରେ ଅବସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଓଡ଼ିଆ ଅସ୍ମିତାକୁ ଗରୀୟାନ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ ପକାଇଛନ୍ତି। ଓଡ଼ିଆଭାଷୀ ଅଞ୍ଚଳର ଏକତ୍ରୀକରଣ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅପୂର୍ବ ନେତୃତ୍ୱ ପ୍ରଦାନ କରିଥିବା ନବଉତ୍କଳର ନିର୍ମାତା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଓଡ଼ିଆ ଜାତିର ସ୍ୱାଭିମାନ ଓ ଅସ୍ମିତାର ଏକ ଅବିସ୍ମରଣୀୟ ପ୍ରତୀକ ଭାବେ ସଦା ସ୍ମରଣୀୟ। ତାଙ୍କର ଦୂରଦୃଷ୍ଟି, ପ୍ରଜାନୁରଞ୍ଜନ ଶାସନ ଓ ରାଜ୍ୟ ଗଠନରେ ଅବଦାନ ଓଡ଼ିଶାର ଇତିହାସକୁ ଏକ ଦୃଢ଼ ଭିତ୍ତି ପ୍ରଦାନ କରିଛି। Post navigation Mann Ki Baat: ବୈଜ୍ଞାନିକମାନେ ମହାକାଶ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି: ନରେନ୍ଦ୍ର ମୋଦୀ CM’s Public Grievance Hearing Postponed: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ପାଇଁ ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ