odisha-cm-reviews-crop-losses-due-to-unseasonal-rains; assessment by Dec 30

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ଯେପରି ଜଣେ ବି କ୍ଷତିଗ୍ରସ୍ତ ଚାଷୀ ସହାୟତାରୁ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଧ୍ୟାନ ଦେବାକୁ ସମୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସହିତ ୩୦ ତାରିଖ ମଧ୍ୟରେ ଫସଲ କ୍ଷୟକ୍ଷତିର ସଠିକ୍ ଆକଳନ ସହ ପ୍ରକୃତ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୀମା କରିଥିବା ଓ ବୀମା ନକରିଥିବା କ୍ଷତିଗ୍ରସ୍ତ ସମସ୍ତ ଚାଷୀ ମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ସହାୟତା ଯଥାଶୀଘ୍ର DBT ମାଧ୍ୟମରେ ଯୋଗାଇ ଦିଆଯିବ ବୋଲି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧, ୨୬୦୦୦ ଚାଷୀ ଆବେଦନ କରିଛନ୍ତି । ବିଭିନ୍ନ ଜିଲ୍ଲାର ପଞ୍ଜୀକୃତ ଚାଷୀ ଭାଇ, ଭଉଣୀ ମାନେ ଅଦିନିଆ ବର୍ଷା ଜନିତ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତିର ସୂଚନା ତୁରନ୍ତ “କୃଷି ରକ୍ଷକ” ପୋର୍ଟାଲ ମାଧ୍ୟମରେ କିମ୍ବା ୧୪୪୪୭ କୁ କଲ୍ କରି ଜଣାଇବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *