Odisha CM reviews Kotia situation
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା ହେବା ପରେ ଏହାର ସମାଧାନ ପାଇଁ ଏକ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ୱ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ । ଏହି କମିଟି ବର୍ତ୍ତମାନ ସ୍ଥିତି ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ ।
 
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଦେଓରଂଜନ କୁମାର ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ବିଭିନ୍ନ ବିଭାଗର ସଚିବ, ପୋଲିସ ମହାନିର୍ଦ୍ଦେଶକ, ଶ୍ରୀ ୱାଇ.ବି. ଖୁରାନିଆ ଏବଂ କୋରାପୁଟ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।
ନବରଙ୍ଗପୁର ଠାରୁ ଆଭାସୀ ଜରିଆରେ ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଡି ହୋଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *