Odisha CM takes strict stance on mistakes in textbooks
ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ।
 
ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ସୁଧାରିବା ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
 
ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ତିନି ଜଣିଆ କମିଟି ଗଠନ କରାଯାଇ ଏହି ତ୍ରୁଟି ପାଇଁ କେଉଁ ଅଧିକାରୀ/ସଂସ୍ଥା ଦାୟୀ ତାହା ନିର୍ଣ୍ଣୟ କରିବା ପାଇଁ ବୈଠକରେ ମୁଖମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
 
୭ ଦିନ ମଧ୍ୟରେ ଏହି କମିଟି ରିପୋର୍ଟ ଦାଖଲ କରିବେ ଏବଂ କମିଟିର ରିପୋର୍ଟ ଆଧାରରେ ଦାୟୀ ଅଧିକାରୀ/ସଂସ୍ଥା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।

By Nirvay

Leave a Reply

Your email address will not be published. Required fields are marked *