ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

 

Leave a Reply

Your email address will not be published. Required fields are marked *