Odisha CM to Visit Dubai on September 6; will Attend Investors’ Meet
ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇ ଗସ୍ତରେ ଯିବେ । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।
 
ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇରେ ଆୟୋଜିତ ଇନଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ । ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା, ପୁଞ୍ଜିନିବେଶ ଏବଂ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ବିଭିନ୍ନ ନିବେଶକଙ୍କ ସହ ଆଲୋଚନା କରିବାର ସମ୍ଭାବନା ରହିଛି ।
 
ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ମଧ୍ୟ ଦୁବାଇ ଗସ୍ତରେ ଯିବେ । ଏହାସହ ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ମଧ୍ୟ ଦୁବାଇ ଯିବ ବୋଲି ଜଣାପଡ଼ିଛି । ଏହି ଗସ୍ତ ମାଧ୍ୟମରେ ଓଡ଼ିଶାରେ ବିଦେଶୀ ପୁଞ୍ଜିନିବେଶ ବଢ଼ାଇବା ସହ ରାଜ୍ୟକୁ ଏକ ପ୍ରମୁଖ ଶିଳ୍ପ ଓ ନିବେଶ ଗନ୍ତବ୍ୟସ୍ଥଳ ଭାବେ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱ ଦିଆଯିବ ।

By Nirvay

Leave a Reply

Your email address will not be published. Required fields are marked *