ରାଜ୍ୟରେ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଅନୁଧ୍ୟାନ କରିବା ପାଇଁ ଆସନ୍ତାକାଲି ଗଞ୍ଜାମ ଓ ଗଜପତି ଜିଲ୍ଲା ଗସ୍ତରେ ଯିବେ ମୋହନ ଚରଣ ମାଝୀ । ଏହି ଗସ୍ତ ସମୟରେ ସେ ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗସ୍ତ କରିବେ । ଉଭୟେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ସହ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟର ସ୍ଥିତି ଅନୁଧ୍ୟାନ କରିବେ । ଏଥିସହ ବନ୍ୟା ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ଏବଂ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯିବ । ପ୍ରବଳ ବର୍ଷାରେ କେତେ ଘର ଭାଙ୍ଗିଛି, ତାହାର ସମୀକ୍ଷା କରିବେ । Post navigation 9 Trains Cancelled, 14 Diverted due to Cyclone: ବାତ୍ୟା ପ୍ରଭାବ: ୯ଟି ଟ୍ରେନ୍ ବାତିଲ, ୧୪ଟିର ଗତିପଥ ପରିବର୍ତ୍ତନ Odisha Flood Situation: ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ମାରାଥନ୍ ସମୀକ୍ଷା ଓ ରିଲିଫ୍ କାର୍ଯ୍ୟର ତଦାରଖ