୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଓ ଅକ୍ଟୋବର ୧ରେ ଯିବେ । ସେଠାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଅଥାତ୍ ସେପ୍ଟେମ୍ୱର ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ସେଠାରେ ପ୍ରାକ୍ ନିର୍ବାଚନୀ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଅକ୍ଟୋବର ୧ରେ ଚାଇଁବାସାର କୋଲହାନ ଯିବେ । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ।

ଅନ୍ୟପଟେ ଗତକାଲି ଆସାମ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ବିଜେପିର ସହପ୍ରଭାରୀ ହିମନ୍ତ ବିଶ୍ୱଶର୍ମା ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟପାଳଙ୍କୁ ଭେଟିଥିବା ବେଳେ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି ।

Leave a Reply

Your email address will not be published. Required fields are marked *