Odisha Festival to be celebrated every year in Delhi,
ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ବେଶ ଧୁମ ଧାମରେ ପାଳନ ହେଉଛି ଓଡ଼ିଶା ଦିବସ ସମାରୋହ-୨୦୨୫ । ଦିଲ୍ଲୀରେ ଆୟୋଜିତ ଉତ୍କଳ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି ।
 
ଦିଲ୍ଲୀ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଓଡ଼ିଶା ପର୍ବ ପାଳନ ହେବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି । ସମସ୍ତ ଖର୍ଚ୍ଚ ଦିଲ୍ଳୀ ସରକାର ବହନ କରିବେ । ଦିଲ୍ଲୀ ସରକାରଙ୍କ କ୍ୟାଲେଣ୍ଡରରେ ଓଡିଶା ଦିବସ ରହିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ କପିଳ ମିଶ୍ରା ସୂଚନା ଦେଇଛନ୍ତି ।
 
କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର ଅତିଥି ଭାବେ ଯୋଗ ଦେଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *