ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ବୃତ୍ତି ପାଉଥିଲେ ମିଳିବନି ସୁଭଦ୍ରା ଟଙ୍କା । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା । ଏନେଇ ଉଚ୍ଚ ଶିକ୍ଷା ଓ SC/ST ବିଭାଗକୁ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଚିଠି ଦିଆଯାଇଛି । ଏଭଳି ସହାୟତା ପାଉଥିବା ୨୧ ବର୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ତଥ୍ୟ ଦେବାକୁ ଚିଠିରେ ନିର୍ଦ୍ଦେଶ ରହିଛି ।

ଏ ନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ସୁଭଦ୍ରା ନିୟମାବଳୀ ଅନୁସାରେ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହୋଇପାରନ୍ତି । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି।

ଛାତ୍ରୀ ମାନଙ୍କୁ ଯେଉଁ ଛାତ୍ର ବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଆର୍ଥିକ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ର ବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।

Leave a Reply

Your email address will not be published. Required fields are marked *