ବଦଳିଲା ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ । ପୁରତାନ ଛାତ୍ରଛାତ୍ରୀ ସେମାନେ ପଢ଼ିଥିବା ବିଦ୍ୟାଳୟ ସହ ସମ୍ପୃକ୍ତି କରି ରାଜ୍ୟରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ବିକାଶ କରିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନଭେମ୍ବର ୧୪, ୨୦୧୭ ଶିଶୁ ଦିବସ ଅବସରରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା କରିଛନ୍ତି ରାଜ୍ୟସରକାର । ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

ରାଜ୍ୟରେ ନୂତନ ସରକାର ଗଢିବା ପରେ ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।

Leave a Reply

Your email address will not be published. Required fields are marked *