ନୂଆ ସରକାରର ପ୍ରଥମ ବୈଠକ ଶେଷ ହୋଇଛି। ଆଜି ଲୋକସଭା ଭବନରେ ଆୟୋଜିତ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ ଶେଷ ହୋଇଛି। କ୍ୟାବିନେଟ ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ସୂଚନା ଦେଇ ନୁଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ପାରିତ ହୋଇଛି।

ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର।

ପ୍ରଥମ କ୍ୟାବିନେଟ ବୈଠକରେ ମୋହନ ସରକାର ୪ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ଏଥିରେ ଶ୍ରୀମନ୍ଦିର କର୍ପସ ଫଣ୍ଡ ପାଇଁ ୫୦୦ କୋଟି ଟଙ୍କା ମଞ୍ଜୁର ହେବ। ଖୁବଶୀଘ୍ର ସମୃଦ୍ଧ କୃଷକ ନୀତି ଯୋଜନା ଆସିବ। ଯାହାଦ୍ୱାରା ଧାନ ଏମ୍‌ଏସ୍‌ପି ୩୧ ଶହ ଟଙ୍କାକୁ ବୃଦ୍ଧି ନେଇ କମିଟି ଗଠନ ହେବ। ସେହିପରି ୧୦୦ ଦିନ ଭିତରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି କ୍ୟାବିନେଟ ବୈଠକରେ ନିଆଯାଇଛି।

Leave a Reply

Your email address will not be published. Required fields are marked *