ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ବାସଭବନରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ । ଆଲୋକର ପର୍ବ ହେଉଛି ଦୀପାବଳି । କାର୍ତ୍ତିକ ମାସର ଅମାବାସ୍ୟାରେ ଏହି ପର୍ବ ପାଳିତ ହୋଇଥାଏ । ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ସ୍ମରଣ କରାଯାଇଥାଏ । Post navigation Nuapada By-Poll: ନୂଆପଡ଼ାର ସାମଗ୍ରିକ ବିକାଶ ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ: ମନମୋହନ ସାମଲ