କିଟ୍ ବିଶ୍ୱବିଦ୍ୟାଳୟ ହଷ୍ଟେଲ ପରିସରରେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଆକ୍ସନ ମୋଡରେ ରାଜ୍ୟ ସରକାର । ଅଧିକ ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । କିଟ୍ କେଳେଙ୍କାରୀର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ଏହି ମାମାଲା ପାଇଁ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍ ଗଠନ କରିଛନ୍ତି ରାଜ୍ୟ ସରକାର । ସମସ୍ତ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ । ତେଣୁ ନ୍ୟାୟ ଦେବା ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ ।

ରାଜ୍ୟ ସରକାର ଉଚ୍ଚସ୍ତରୀୟ କମିଟିରେ ଉଚ୍ଚଶିକ୍ଷା ବିଭାଗର ଅଧିକାରୀମାନେ ରହିଛନ୍ତି । ଏହି ଟିମ୍ ରେ ଅଛନ୍ତି ଆଡିସନାଲ ଚିଫ୍ ସେକ୍ରେଟାରୀ ଓ ୩ଟି ବିଭାଗର ସଚିବ। ଉଚ୍ଚସ୍ତରୀୟ କମିଟିରେ ଅଛନ୍ତି ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ କମିଟିରେ ରହିଛନ୍ତି । ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଘଟଣାର କାରଣ ଖୋଜି ରିପୋର୍ଟ ପ୍ରଦାନ କରିବ। ଏହି କମିଟିର ତଦନ୍ତ ପରେ ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

Leave a Reply

Your email address will not be published. Required fields are marked *