ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆଜି ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ଆଜି କାରାବରମ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ୍ ଦୁଇଗୁଣା ବଢାଯାଇଛି । କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସଂଗ୍ରାମୀ ୮ ହଜାର ବଦଳରେ ୧୦ ହଜାର ପାଇବେ । ଏମଆଇଏସଏ ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିଲେ ୨୦ ହଜାର ଟଙ୍କା ଭତ୍ତା ପାଇବେ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର । Post navigation ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ ଖେଳରତ୍ନ ପୁରସ୍କାର ପାଇଲେ ମନୁ, ଗୁକେଶ, ହରମନପ୍ରୀତ, ପ୍ରବୀଣ