ଅଗ୍ନିଶମ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଆଣିଲେ ଖୁସିର ଖବର । ବଢିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା। ଏ ନେଇ ଆଜି ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ଜଣାପଡିଛି ।

କର୍ମଚାରୀଙ୍କ ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢିଛି । ସେହିପରି ମୋଟର ସାଇକେଲ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କା ବୃଦ୍ଧି ହୋଇଥିବା ବେଳେ ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ରିସ୍କ ଭତ୍ତା ମଧ୍ୟ ୪ ଶହରୁ ୧ ହଜାର ଟଙ୍କାକୁ ବଢାଯାଇଛି । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିରେ ୬ ହଜାର ୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ।

Leave a Reply

Your email address will not be published. Required fields are marked *