Odisha Govt hikes minimum wages for all categories of Workers
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି ।
 
ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି ।
 
ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ମଜୁରୀ ପିଛିଲା ଭାବେ ଏପ୍ରିଲ ପହିଲା ଠାରୁ ଲାଗୁ ହେବ ।

By Nirvay

Leave a Reply

Your email address will not be published. Required fields are marked *