ଆଜି ବିଧାନସଭାର ଶୀତ କାଳୀନ ଅଧିବେଶନ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୧ଟାରେ ସପ୍ତଦଶ ବିଧାନସଭାର ପଞ୍ଚମ ଅଧିବେଶନ ବା ଶୀତ ଅଧିବେଶନ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଏହା ପରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା ୩୦ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।

ପୂର୍ବତନ ବିଧାୟକ ସ୍ୱର୍ଗତ ହେମେନ୍ଦ୍ର ପ୍ରସାଦ ମହାପାତ୍ର ଏବଂ ସ୍ୱର୍ଗତ କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ ଓଡ଼ିଶା ପୋଲିସ କନଷ୍ଟେବଳ ସ୍ୱର୍ଗତ ସରୋଜ କୁମାର ପ୍ରଧାନଙ୍କ ସମେତ ଦିବଙ୍ଗତ ସଦସ୍ୟଙ୍କ ସ୍ମୃତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଦମ ଏବଂ ସିପିଆଇ(ଏମ୍) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିଥିଲେ। ଏହା ପରେ ବାଚସ୍ପତି ଏକ ମିନିଟ୍ ନୀରବ ପ୍ରାର୍ଥନା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ ଗୃହକୁ ୪ଟା ୩୦ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ସେହିପରି ଆଜି ଅପରାହ୍ଣ ୪ଟା ୩୦ମିନିଟରେ ବିଧାନସଭାରେ ରାଷ୍ଟ୍ରପତି ପହଞ୍ଚିବା ପରେ ପ୍ରଥମେ ବିଧାୟକମାନଙ୍କୁ ନେଇ ଫଟୋ ସେସନ କରାଯିବ । ଏହାପରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ।

Leave a Reply

Your email address will not be published. Required fields are marked *