odisha-likely-to-witness-wet-dussehra
ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ ।
 
ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଅଛି । ତେଣୁ ଅକ୍ଟୋବର ୧ ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।
 
ଏହାର ପ୍ରଭାବରେ, ଅକ୍ଟୋବର ୨ ଏବଂ ୩ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶା ଜିଲ୍ଲାର ଅଧିକାଂଶ ସ୍ଥାନରେ ମଧ୍ୟମ ବର୍ଷା ହେବ । ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ଢେଙ୍କାନାଳ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ସୋନପୁର, ଅନୁଗୁଳ ଏବଂ ନୂଆପଡ଼ା । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *