ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ପୁଣି ଥରେ ବିଭ୍ରାଟ ଦେଖିବାକୁ ମିଳିଛି । କେଉଁଝର ଏଵଂ ମୟୂରଭଞ୍ଜ ମାଟ୍ରିକ ପରୀକ୍ଷାର ଇଂରାଜୀ ପ୍ରଶ୍ନପତ୍ର ଓ ତାର ଉତ୍ତର ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସୋସିଆଲ ମିଡିଆରେ ଘୁରିବୁଲିଥିଲା । ଏହି ଜିଲ୍ଲାରେ ପରୀକ୍ଷା ଆରମ୍ଭ ପୂର୍ବରୁ ଏଭଳି ପ୍ରଶ୍ନପତ୍ର ବୁଲିଥିବା ସୂଚନା ମିଳିଛି । କେଉଁଠୁ ଓ କିଭଳି ଏହି ବିଭ୍ରାଟ ଘଟିଲା ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ । ରାଜ୍ୟର ପ୍ରାୟ ଶହେଟି ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ୭ରୁ ୮ଟି AI ସର୍ଭେଲାନ୍ସ କ୍ୟାମେରା ଲାଗିଥିବା ବେଳେ, ଶହେରୁ ଅଧିକ ସମ୍ବେଦନଶୀଳ କେନ୍ଦ୍ର ଏବଂ ସମସ୍ତ ନୋଡାଲ ସେଣ୍ଟରରୁ ହେଉଛି ଲାଇଭ ଷ୍ଟ୍ରିମିଂ । ଏସବୁ ସିଧାସଳଖ ସଂଯୋଗ ହୋଇଛି ବୋର୍ଡ କାର୍ଯ୍ୟଳୟରେ କମାଣ୍ଡ୍ କଣ୍ଟ୍ରୋଲ ରୁମ୍ ସହ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *