ରାଜ୍ୟରେ ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ । ଓଡ଼ିଶା ପୋଲିସ ମୁଖ୍ୟାଳୟ ୧୭ଟି ଜିଲ୍ଲାରେ ଆଇନ ଶୃଙ୍ଖଳା ତଦାରଖ କରିବା ପାଇଁ ୧୫ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନିଯୁକ୍ତ କରିଛି । ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପ୍ରକ୍ରିୟା କରିବା ନିମନ୍ତେ ସମ୍ପୃକ୍ତ ଆଇପିଏସ୍ ଅଫିସରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଧିକାରୀ ଜୁଲାଇ ମାସରୁ ସମୀକ୍ଷା କରିବେ ଏବଂ ଶେଷ ହେବାର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ କରାଯାଇଛି।

କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ସ୍ପେଶାଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ ଦିଆଯାଇଛି । ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ, ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନୁଗୁଳ ଜିଲ୍ଲା ତଦାରଖ ଦାୟିତ୍ୱ ଦିଆଯାଇଛି ।

ସେହିପରି ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ, ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର ଦାୟିତ୍ବ ଦିଆଯାଇଛି । ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ୍ . ସାଇନିଙ୍କୁ ବଲାଙ୍ଗୀର, ଆଇଜି ଏସ୍ .ପ୍ରବୀଣ କୁମାରଙ୍କୁ କନ୍ଧମାଳ, ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁଙ୍କୁ ପୁରୀ, ଅବିନାଶ କୁମାରଙ୍କୁ ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ବ ଦିଆଯାଇଛି । ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

Leave a Reply

Your email address will not be published. Required fields are marked *