ଦିନକୁ ଦିନ ରାଜ୍ୟରେ ବଢ଼ିବାକୁ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଥିବା ଜଣାପଡିଛି । ଏମାନଙ୍କ ମଧ୍ଯରେ ୪ ଜଣ ପୁରୁଷ ଓ ଜଣେ ମହିଳା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ରହିଛି।ତେବେ ଲକ୍ଷଣଯୁକ୍ତ ସମସ୍ତ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ କୋଭିଡ୍ ହୋଇଥିବା ସ୍ପଷ୍ଟ ହୋଇଛି । ପୂର୍ବରୁ ମେ‘ ୨୨ ତାରିଖରେ ରାଜ୍ୟରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଥିଲା। ଅନ୍ୟପଟେ ଦେଶରେ କୋଭିଡ ସ୍ଥିତିକୁ ନେଇ ଆଜି ସ୍ବାସ୍ଥ୍ଯ ମନ୍ତ୍ରଣାଳୟ ପକ୍ଷରୁ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭିଡିଓ କନଫରରେନ୍ସିଂରେ ସବୁ ରାଜ୍ୟର ଅଧିକାରୀ ସାମିଲ ହେବେ । Post navigation ପାଟଣାଗଡ଼ ପାର୍ସଲ ବୋମା ମାମଲା: ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ଆଜୀବନ କାରାଦଣ୍ଡ ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ