Odisha Schools Begin Morning Classes
ରାଜ୍ୟରେ ଆରମ୍ଭ ହେଲା ସକାଳୁଆ ସ୍କୁଲ । ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସକାଳୁ ୬ ଟା ୩୦ରୁ ଦିନ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ ପାଠ ପଢ଼ା ।
 
ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ୍‌ ପାଇଁ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶ ହୋଇଛି । ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ପ୍ରଥମ ଗୁରୁତ୍ୱ ଦେଇ, ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି ।
 
ଗ୍ରୀଷ୍ମପ୍ରବାହ ଛୁଟି ପର୍ୟ୍ୟନ୍ତ ସକାଳୁଆ ପାଠପଢ଼ା ହେବ । ତେବେ ବିଦ୍ୟାଳୟରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବିଦ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା ସହିତ ବିଦ୍ୟାଳୟ ପରିସର‌ରେ ଥିବା ନଳକୂପର ମରାମତି ଏବଂ ସ୍କୁଲରେ ଓଆରଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *