day-temperature-in-odisha-crosses-40-degrees-c-jharsuguda-hottest
ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି ।
 
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଝାରସୁଗୁଡ଼ାର ତାପମାତ୍ରା ୪୦.୨ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହର ହୋଇଛି । ଏହା ସହ ସମ୍ବଲପୁର ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।
 
ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଖୁବ୍ ଅଧିକ ରହିଥିବା ବେଳେ ବର୍ତ୍ତମାନ ସ୍ଥିତିରେ ରାଜ୍ୟର ୬ ଟି ଜିଲ୍ଲାରେ ତାପମାତ୍ରା ୩୯ ଡିଗ୍ରି ରେକର୍ଡ କରାଯାଇଛି । ସେଇଭଳି ରାଉରକେଲା ଓ ସୋନପୁର ରେ ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଭୁବନେଶ୍ୱର ଏବଂ କଟକରେ ପାରଦ ୩୪ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । 

By Nirvay

Leave a Reply

Your email address will not be published. Required fields are marked *