14,000 medical posts vacant in the state: Health Minister
ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି । ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି ।
 
ଫୁଲବାଣୀ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି ସିଟ୍ ଅନୁମୋଦିତ ହୋଇଥିବା ବେଳେ, ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ମଧ୍ୟ ୧୦୦ ଟି ସିଟ୍ ଅନୁମୋଦିତ ହୋଇଛି । ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢ଼ା ଆରମ୍ଭ ହେବ ।
 
ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ସ୍ୱାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି । ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ ।
 
ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ୱାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି । ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ଅନୁଗୋଳ ଜିଲ୍ଲାର ତାଳଚେର ପବିତ୍ର ମୋହନ ମେଡିକାଲ କଲେଜ ଏବଂ କନ୍ଧମାଳ ଜିଲ୍ଲାର ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ୨୦୨୫-୨୬ ଶିକ୍ଷାବର୍ଷରୁ ୧୦୦ ଏମବିବିଏସ ସିଟ୍ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ କରିବାକୁ ଅନୁମତି ମିଳିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା ଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *