ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି ଘଡ଼ଘଡ଼ି ହେବ। ଆଜି ବର୍ଷା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରାଯାଉଛି ।

ଅନ୍ୟପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ରାଜ୍ୟରେ ବର୍ଷା ଲାଗିରହିବ । ଏହା ସହ ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

Leave a Reply

Your email address will not be published. Required fields are marked *