odisha-to-execute-plan-to-restore-chilika-lake
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନଠାରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏସିଆ ମହାଦେଶର ସର୍ବବୃହତ୍‌ କ୍ଷାରୀୟ ହ୍ରଦ ତଥା ରାମସାର ସାଇଟ ଭାବେ ସାରା ବିଶ୍ୱରେ ପରିଚିତ ଥିବା ଚିଲିକା ହ୍ରଦର ସାମଗ୍ରିକ ବିକାଶ ଏବଂ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
 
ଚିଲିକା ହ୍ରଦର ବ୍ୟାପକ ବିକାଶ ଏବଂ ପରିବେଶଗତ ପୁନରୁଦ୍ଧାର ପାଇଁ ଓଡ଼ିଶା ସରକାର ଏକ ସମନ୍ୱିତ ପଞ୍ଚବାର୍ଷିକ ଯୋଜନା କାର୍ଯ୍ୟକାରୀ କରିବାକୁ ଯୋଜନା କରିଛନ୍ତି ।
 
ଚିଲିକା ଜୈବବିବିଧତାର ଭଣ୍ଡାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହିତ ପର୍ଯ୍ୟଟନ ପାଇଁ ସ୍ୱତନ୍ତ୍ର ଯୋଜନା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
 
ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଉପସ୍ଥିତ ଥିଲେ ।
odisha-to-execute-plan-to-restore-chilika-lake

By Nirvay

Leave a Reply

Your email address will not be published. Required fields are marked *