ଆଞ୍ଚଳିକ ପାଣିପାଗ ବିଭାଗ ଜୁଲାଇ ୨ ଯାଏଁ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ ଜିଲ୍ଲା – କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ପ୍ରବଳ ବର୍ଷା ନେଇ ୯ ଜିଲ୍ଲା – ବରଗଡ଼, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ମୟୂରଭଞ୍ଜ -ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଇଭଳି ବିଜୁଳି, ଘଡ଼ଘଡ଼ି ନେଇ ୧୧ ଜିଲ୍ଲା – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତିସଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । Post navigation ସାମୟିକ କର୍ମଚାରୀଙ୍କୁ ଚାକିରି ଛାଡ଼ିବାବେଳେ ମିଳିବ ୨.୫ ଲକ୍ଷ ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ