ଗ୍ରୀଷ୍ମ ଆରମ୍ଭରୁ ଅସହ୍ୟ ହେଲାଣି ତାତି। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୩୯ ଡିଗ୍ରୀ ଛୁଇଁଲା ତାପମାତ୍ରା। ଏବର୍ଷ ଖରା ଓ ଗୁଳୁଗୁଳି ଅଧିକ ଦିନ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେଥିପାଇଁ ମାର୍ଚ୍ଚରୁ ମେ ପର୍ଯ୍ୟନ୍ତ ତାତି ସହ ଗ୍ରୀଷ୍ମପ୍ରବାହ ହେବ ବୋଲି ଆଇଏମଡି ଚେତାବନୀ ଦେଇଛି। ଗତକାଲି ଝାରସୁଗୁଡାରେ ଗତକାଲି ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେହିଭଳି ବୌଦ୍ଧରେ ୩୮.୫, ମାଲକାନଗିରିରେ ୩୮.୪, ଅନୁଗୁଳରେ ୩୭.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ବରର ୩୬.୪ ଡିଗ୍ରୀ ରହିଥିଲା ତାପମାତ୍ରା।

ତେବେ ବଢୁଥିବା ତାପମାତ୍ରାକୁ ନେଇ ନୂଆ ଗାଇଡଲାଇନ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ। ବିଏମସିର ନିଷ୍ପତ୍ତି ଅନୁସାରେ, ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ କାମ ବନ୍ଦ ରହିବ। ଏହି ସମୟରେ ଶ୍ରମିକଙ୍କୁ କାମ କରାଇଲେ ମିଳିବ ଦଣ୍ଡ। ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *