ଓଡ଼ିଶାକୁ ୫୪ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଆସିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୨୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ କେମ୍-୨୦୨୬ ସମ୍ମିଳନୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ମିଳନୀ ସମୟରେ ସେ ମୋଟ ୨୫ଟି ବୈଠକରେ ଯୋଗ ଦେଇଥିଲେ । ଏହି ବୈଠକଗୁଡ଼ିକରୁ ୯ଟି ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି । ଏହାଦ୍ୱାରା ଓଡ଼ିଶାକୁ ୫୪ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ଆସିବା ସହ ପ୍ରାୟ ୨୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଆଶା କରାଯାଉଛି । Post navigation Odisha Police Recruitment 2026: ୭୨୬୮ଟି ପୋଲିସ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କଲା OUSSSC Government Officials’ Leave Cancelled ahead of Cyclone: ସମ୍ଭାବ୍ୟ ବାତ୍ୟା ପାଇଁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍