Odisha to provide seed money to PACS, LAMPCS
ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି । ଏହା ମଧ୍ୟରେ ୧୫୪୨ ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି ।
 
ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି ।
 
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା Seed Money ଦିଆଯିବ । ଏ ସମ୍ପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
 
ଏହାଦ୍ୱାରା ନବଗଠିତ ୧୫୪୨ ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ ।
 
ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *