ଜାଡ଼ରେ ଥରୁଛି ଓଡିଶା । ଆହୁରି ୩ରୁ ୪ ଦିନ ରାଜ୍ୟରେ ବଢ଼ିବ ଶୀତ । ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ୩/୪ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିବା ଆଶା କରାଯାଉଛି । ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ୧ରୁ ଦେଢ଼ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ପାଇବ। ଫଳରେ ଅଧିକ ଶୀତ ହେବ। ପୂରା ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବ। ୪ ଦିନ ପରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବା ସମ୍ଭାବନା ରହିଛି। ଏହା ସହ ବଙ୍ଗୋପସାଗର ସୃଷ୍ଟି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଏହା ସହ ଭାରତୀୟ ପାଣିପାଗ ବିଭାଗ ଜାନୁଆରୀ ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଏବଂ ଶୀତଳ ଲହରୀ ପରିସ୍ଥିତି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି। ଆଇଏମଡି ପୂର୍ବାନୁମାନ ଅନୁଯାୟୀ, ଜାନୁଆରୀ ୭ ତାରିଖରେ ବୌଦ୍ଧ, ନୟାଗଡ଼, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର ବିଚ୍ଛିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି, ଯେତେବେଳେ ଝାରସୁଗୁଡ଼ା, ସୁନ୍ଦରଗଡ଼, କୋରାପୁଟ, ଅନୁଗୁଳ, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ଶୀତଳ ଲହରୀ ପରିସ୍ଥିତି ଜାରି ରହିବ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। Post navigation Bird Tagging In Odisha: ଚଳିତ ବର୍ଷ ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ୍ ଟ୍ରାନ୍ସମିଟର EC Summons Mohammad Shami: SIR ସହିତ ଜଡିତ ମାମଲାରେ ମହମ୍ମଦ ସାମିଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ୍