ନିଜକୁ ପ୍ରଧାନସେବକ ଭାବେ ଅଭିହିତ କରି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍‌ଥାନ ସହ ଦଳିତ, ଆଦିବାସୀ, ଚାଷୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ କରିଛନ୍ତି । ବିଶ୍ୱ ଦରବାରରେ ଭାରତର ମାନ ଓ ସମ୍ମାନ ବୃଦ୍ଧି କରିଛନ୍ତି । ମୋଦିଜୀ ଭାରତକୁ ଆର୍ଥିକ ଓ ସାମରିକ ମହାଶକ୍ତିରେ ପରିଣତ କରି ଆନ୍ତର୍ଜାତିକ ମହଲରେ ଦେଶର ସ୍ଥିତି ସୁଦୃଢ଼ କରିଛନ୍ତି । ଫଳରେ ସାରା ବିଶ୍ୱରେ ଭାରତକୁ ସ୍ୱତନ୍ତ୍ର ମର୍ଯ୍ୟାଦା ମିଳିପାରିଛି । ମୋଦି ଗ୍ୟାରେଂଟିକୁ ଓଡ଼ିଶା ସମେତ ସମଗ୍ର ଦେଶବାସୀ ଦେଖିଛନ୍ତି । ଏଭଳି ଜଣେ ଯୁଗପୁରଷଙ୍କ ଆଜି ହେଉଛି ୭୫ତମ ଜନ୍ମଦିନ ।

ମୋଦିଜୀଙ୍କ ସେବା ମନୋଭାବକୁ ପାଥେୟ କରି ବିଜେପି ତରଫରୁ ଦେଶବ୍ୟାପୀ “ସେବା ଦିବସ” ଓ ଆଜିଠାରୁ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଏବଂ ଶାସ୍ତ୍ରୀ ଜୟନ୍ତୀ ପର୍ଯ୍ୟନ୍ତ ‘ସେବାପକ୍ଷ’ ଭାବେ ପାଳନ କରାଯାଉଛି । ଏନେଇ ଆସନ୍ତା ୧୫ ଦିନ ପର୍ଯ୍ୟନ୍ତ ରାଜ୍ୟ ବିଜେପି ତରଫରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ସେବା କାର୍ଯ୍ୟ ଜାରି ରହିବ । ସେବା ପକ୍ଷ ପାଳନ ଉପଲକ୍ଷେ ଆଜି ପ୍ରଥମ ଦିନରେ “ସେବା ଦିବସ” ଅବସରରେ ରାଜ୍ୟ କାର୍ଯ୍ୟାଳୟଠାରେ ‘ମା’ପାଇଁ ଗଛଟିଏ ଅଭିଯାନ’ ଶୁଭାରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ସାରା ରାଜ୍ୟରେ ୭୫ ଲକ୍ଷରୁ ଉର୍ଦ୍ଧ୍ୱ ବୃକ୍ଷ ଚାରାରୋପଣ କରାଯାଇଛି । ସେହିପରି ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଜୀବନୀକୁ ନେଇ ଫଟୋଚିତ୍ର ପ୍ରଦର୍ଶନୀ, ଯୁବମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର, ବିକଶିତ ଭାରତ ଚିତ୍ରାଙ୍କନ ପ୍ରତିଯୋଗିତା ଓ ସ୍ୱଚ୍ଛଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ଆଜି ସକାଳେ ଭୁବନେଶରସ୍ଥିତ ମାଷ୍ଟରକ୍ୟାଂଟିନ ନିକଟ ସିଟି ବସଷ୍ଟାଣ୍ଡଠାରେ ସ୍ୱଚ୍ଛଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବିଧାୟକ ବାବୁ ସିଂ, ସେବା ପକ୍ଷ ରାଜ୍ୟ ସଂଯୋଜକ ଡ.ଯତୀନ ମହାନ୍ତି, ସ୍ୱଚ୍ଛ ଭାରତ ଅଭିଯାନ ରାଜ୍ୟ ସଂଯୋଜକ ମହେଶ ମହାନ୍ତି, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ଭୁବନେଶ୍ୱର ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନଙ୍କ ସମେତ ଦଳୀୟ ପଦାଧିକାରୀ ଓ କାର୍ଯ୍ୟକର୍ତାମାନେ ଉପସ୍ଥିତ ଥିଲେ ।

ଏହାପରେ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ଶତାଧିକ କାର୍ଯ୍ୟକର୍ତା ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବିଧାୟକ ବାବୁ ସିଂ, ସେବା ପକ୍ଷ ରାଜ୍ୟ ସଂଯୋଜକ ଡ.ଯତୀନ ମହାନ୍ତି, ଜିଲ୍ଲା ସଭାପତି ନିରଞ୍ଜନ ମିଶ୍ର, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା, ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ସ୍ୱୟଂସେବକ ରାୟଙ୍କ ସମେତ ଦଳୀୟ ପଦାଧିକାରୀ ଓ କାର୍ଯ୍ୟକର୍ତାମାନେ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ ।

ଜନପଥଠାରେ ଅନୁଷ୍ଠିତ ‘ମା ପାଇଁ ଗଛଟିଏ ଅଭିଯାନ’ ଅନ୍ତର୍ଗତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି  ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବିଧାୟକ ବାବୁ ସିଂ ପ୍ରମୁଖ ଯୋଗ ଦେଇଥିଲେ ।

ଏହାପରେ ରାଜ୍ୟ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ମୋଦିଜିଙ୍କ ଜୀବନ ଉପରେ ଆଧାରିତ ପ୍ରଦର୍ଶନୀକୁ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଥିଲେ । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ବିଧାୟକ ବାବୁ ସିଂ, ସେବାପକ୍ଷ ରାଜ୍ୟ ସଂଯୋଜକ ଡ.ଯତୀନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ରାଜ୍ୟର କୋଣ ଅନୁକୋଣରେ ବିଜେପି କାର୍ଯ୍ୟକର୍ତାମାନେ ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା, ଅଭିନନ୍ଦନ ଜଣାଇ ବିଭିନ୍ନ ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ୱଳନ କରି ତାଙ୍କର ନିରାମୟ ଓ ଦୀର୍ଘଜୀବନ କାମନା କରିଛନ୍ତି । ଭୁବନେଶ୍ୱରରେ କାର୍ଯ୍ୟକର୍ତାମାନେ ରାମମନ୍ଦିରଠାରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିି ପୂଜାର୍ଚ୍ଚନା କରି ପ୍ରଧାନମନ୍ତ୍ରୀ ମୋଦିଜିଙ୍କ ଦୀର୍ଘାୟୁ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସାଧାରଣ ସମ୍ପାଦକ ସାରଦା ଶତପଥୀଙ୍କ ସମେତ ରାଜ୍ୟ ଓ ଜିଲ୍ଲାର ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

ସେବାପକ୍ଷ ପାଳନ ଅବସରରେ ୧୮ ତାରିଖରେ ସମସ୍ତ ଜିଲ୍ଲା ଓ ୧୯ରୁ ୨୭ ପର୍ଯ୍ୟନ୍ତ ସମସ୍ତ ମଣ୍ଡଳସ୍ତରରେ ରକ୍ତଦାନ ଶିବିର ଏବଂ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯିବ । ପର୍ଯ୍ୟାବରଣ ଉପରେ ଗୁରୁତ୍ୱ ଦିଆଯାଇ ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ “ମା’ ପାଇଁ ଗଛଟିଏ ଅଭିଯାନ” ବ୍ୟାପକ କରାଯିବ । ଏହି ଅବସରରେ ଦଳ ଏବଂ ବିଭିନ୍ନ ମୋର୍ଚ୍ଚା ଓ ପ୍ରକୋଷ୍ଠ ତରଫରୁ ଜିଲ୍ଲା ଏବଂ ମଣ୍ଡଳସ୍ତରରେ ସମସ୍ତ ମନ୍ଦିର, ଧାର୍ମିକ ସ୍ଥଳ, ଜଳାଶୟ, ପୁଷ୍କରିଣୀ ଏବଂ ପାର୍କ ଆଦି ସ୍ଥାନରେ ସଫେଇ କରାଯିବ ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜୀବନୀ ଉପରେ ଆଧାରିତ ପ୍ରଦର୍ଶନୀ ଜିଲ୍ଲାସ୍ତରରେ ଅନୁଷ୍ଠିତ ହେବ । ବିକଶିତ ଭାରତ ଚିତ୍ରାଙ୍କନ ପ୍ରତିଯୋଗିତା ଓ ପ୍ରଧାନମନ୍ତ୍ରୀଙ୍କ ଉପରେ ଚୟନିତ ପୁସ୍ତକ ବଂଟନ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ୧୯ ଓ ୨୦ ସେପ୍ଟେମ୍ବରରେ ଜିଲ୍ଲାସ୍ତରୀୟ ପ୍ରବୁଦ୍ଧ ବର୍ଗ ସମ୍ବାଦ, ପ୍ରଧାନମନ୍ତ୍ରୀଙ୍କ ଜୀବନୀ ଉପରେ ଡକ୍ୟୁମେଂଟାରୀ ଫିଲ୍ମ ପ୍ରଦର୍ଶିତ ହେବ । ୨୦ ସେପ୍ଟେମ୍ବରରେ ସମୁଦ୍ର ଉପକୂଳ ଦିବସରେ ସ୍ୱଚ୍ଛତା ଅଭିଯାନ କରାଯିବ । ୨୧ ସେପ୍ଟେମ୍ବରରେ ରାଜ୍ୟ ଓ ଜିଲ୍ଲାସ୍ତରୀୟ ମୋଦି ବିକାଶ ମାରାଥନ କାର୍ଯ୍ୟକ୍ରମ କରାଯିବ । ସେପ୍ଟେମ୍ବର ୨୫ରେ ବିଜେପିର ବିଚାର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଜୀଙ୍କ ଜୟନ୍ତୀକୁ ରାଜ୍ୟ, ଜିଲ୍ଲା ଓ ବୁଥ୍‌ସ୍ତରରେ ପାଳନ କରାଯିବ । ଦିବ୍ୟାଙ୍ଗ ଏବଂ ଅନ୍ୟାନ୍ୟ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ । ଅକ୍ଟୋବର ୨ରେ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ମଣ୍ଡଳସ୍ତରରେ ମହାତ୍ମାଗାନ୍ଧୀ ଓ ଲାଲ୍‌ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତି ନିକଟରେ ସ୍ୱଚ୍ଛତା ଅଭିଯାନ କରାଯାଇ ପୁଷ୍ପାଞ୍ଜଳି ଅର୍ପଣ କରାଯିବ । ଏହି ଦିନରେ ପ୍ରତ୍ୟେକ ପରିବାରକୁ ଖଦି ତିଆରି ବସ୍ତ୍ର କିଣିବା ପାଇଁ ସଚେତନ ସୃଷ୍ଟି କରାଯିବା ସହ ଗ୍ରାମଦ୍ୟୋଗକୁ ପ୍ରୋତ୍ସାହନ କରାଯିବ । କ୍ରୀଡ଼ାକୁ ପ୍ରୋତ୍ସାହନ କରିବା ନିମନ୍ତେ ୨୫ ସେପ୍ଟେମ୍ବରରୁ ୨୫ ଅକ୍ଟୋବର ପର୍ଯ୍ୟନ୍ତ ଏକ ମାସ ଧରି ସାଂସଦ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ସେବା ପକ୍ଷ ରାଜ୍ୟ ସଂଯୋଜକ ତଥା ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ସୁଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *