ଗଞ୍ଜାମ ଜିଲ୍ଲା ଚିକିଟିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଷାକ୍ତ ଓ ନକଲି ମଦ ପିଇ ୧୫ ଜଣ ଗୁରୁତର ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜେନାପୁର ଅଞ୍ଚଳର ଜୁର ବେହେରା। ୧୪ ଜଣ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଆଇସିୟୁରେ ୨ ଜଣ ଭର୍ତ୍ତି ହୋଇଥିଲେ। ତେବେ ଆଇସିୟୁରେ ଥିବା ୨ ଜଣଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଛି।

ଏ ନେଇ ଜେନାପୁର ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ଚିକିଟି- ଜେନାପୁରରେ ଶବ ରଖି ରାସ୍ତା ଅବରୋଧ କରିଛନ୍ତି। ବରିଷ୍ଠ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଉତ୍ତ୍ୟକ୍ତ ଲୋକେ ଜିଦରେ ଅଟଳ ଥିଲେ ।

Leave a Reply

Your email address will not be published. Required fields are marked *