ଭୁବନେଶ୍ୱର: ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ବର୍ତମାନ ମୃତକଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ସୂଚନା ଅନୁଯାୟୀ ମୃତକଙ୍କ ଏବେ ପର୍ଯ୍ୟନ୍ତ ପରିଚୟ ମିଳିପାରିନାହିଁ। ଏବେ ବି ଆଉ ୨ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ହେଉଛନ୍ତି।
ଗତ ଶୁକ୍ରବାର ଭୁବନେଶ୍ୱରର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟିଥିଲା। ହସ୍ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଲାଗିଥିବା ନିଆଁକୁ ସଙ୍ଗେ ସଙ୍ଗେ ଆୟତ୍ତ କରାଯାଇଥିଲା। ତେବେ ଏହି ଘଟଣାରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦିଲ୍ଲୀପ ସାମନ୍ତରାୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ ଗତକାଲି ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ତେବେ ଦିଲ୍ଲୀପଙ୍କ ମୃତ୍ୟୁ ହେବା ପରେ ତାଙ୍କ ସ୍ତ୍ରୀ ସୁନା ସାମନ୍ତରାୟ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ। ଯାହାକୁ ନେଇ ତାଙ୍କ ପତ୍ନୀ ମଧ୍ୟ ସୁନା ଆତ୍ମହତ୍ୟା କରି ଦେଇଥିଲେ।