ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ଼ର ପାର୍ସଲ ବୋମା ଘଟଣାରେ ଆଜି କୋର୍ଟରେ ହଜାର ହେଲେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର । କୋର୍ଟରେ ଆଜି ତାଙ୍କ ବୟାନ ରେକର୍ଡ କରାଯିବ । ପୂର୍ବ ତାରିଖରେ ଅସୁସ୍ଥତା ଦେଖାଇ ସେ ମହଲତ ମାଗିଥିଲେ । ଫଳରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ହୋଇ ପାରିନଥିଲା । ହେଲେ ଆଜି ବୟାନ୍ ରେକର୍ଡ ପାଇଁ କୋର୍ଟରେ ହାଜର ହୋଇଛନ୍ତିି ।

୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ହୋଇଥିଲା ଭୟଙ୍କର ବିସ୍ଫୋରଣ । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା। ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ମଧ୍ୟ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ପାଟଣାଗଡ଼ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ସହ ବୃତ୍ତିଗତ ଶତ୍ରୁତାକୁ ସେ ପାର୍ସଲ୍ ଉପହାର ଭାବେ ବୋମା ପଠାଇଥିଲେ ଓ ୨୩ ତାରିଖ ଦିନ ପାର୍ସଲ୍ ଗିଫ୍ଟ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା। ଘଟଣାର ତଦନ୍ତ କରି କ୍ରାଇମବ୍ରାଞ୍ଚ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ତାରିଖରେ ଗିରଫ କରିଥିଲା ।

Leave a Reply

Your email address will not be published. Required fields are marked *