ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଚନ୍ଦ୍ରାବାବୁ ନାଇଡୁ। ଚତୁର୍ଥଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରାବାବୁ ନାଇଡୁ । ଏଥିସହ ଜନସେନା ମୁଖ୍ୟ ପୱନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାହରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ହେଭିଓ୍ବେଟ୍‌ ଉପସ୍ଥିତ ରହିଥିଲେ।

ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ । ୧୯୯୫ରେ ନାଇଡୁ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନାଇଡୁ ଦୁଇଥର ସଂଯୁକ୍ତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ କ୍ରମାଗତ ୯ ବର୍ଷ ପରେ ୨୦୦୪ରେ ସମାପ୍ତ ହୋଇଥିଲା । ଆନ୍ଧ୍ରପ୍ରଦେଶର ବିଭାଜନ ପରେ ନାଇଡୁ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ।ସେ ୨୦୧୪ରେ ବିଭାଜିତ ଆନ୍ଧ୍ରପ୍ରଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୨୦୧୯ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା।

୨୦୧୯ରେ ନିର୍ବାଚନ ହାରିବା ପରେ ୨୦୧୪ ପର୍ଯ୍ୟନ୍ତ ବିରୋଧୀ ଦଳ ନେତା ରହିଥିଲେ। ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ପରେ ପୁଣି ଥରେ ସେ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ଟିଡିପି, ଭାଜପା ଏବଂ ଜନସେନାଙ୍କୁ ନେଇ ଗଠିତ ଏନଡିଏ ଲୋକ ସଭାରେ ୨୧ଟି ଏବଂ ବିଧାନସଭାରେ ୧୬୪ଟି ଆସନ ଜିତିଛନ୍ତି।

Leave a Reply

Your email address will not be published. Required fields are marked *