ଜାମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି । ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଶେଷଯାତ୍ରାରେ ବାହାରିଛି। ଜନ୍ମମାଟି ବାଲେଶ୍ବର ଇସାଣୀରେ ଶେଷଯାତ୍ରାରେ ପ୍ରଶାନ୍ତ । ଏହି ଓଡ଼ିଆ ଯୁବକ ପ୍ରଶାନ୍ତଙ୍କ ଶେଷଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇଛନ୍ତି । ତେବେ ମୃତକଙ୍କ ଗାଁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଁଚି ଶ୍ରଦ୍ଧାଞ୍ଜଳି ଜଣାଇ ଆତଙ୍କୀ ହମଲାକୁ ନିନ୍ଦା କରିବା ସହ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ପ୍ରଶାନ୍ତଙ୍କ ସ୍ତ୍ରୀଙ୍କୁ ଚାକିରି ଦେବା ସହିତ ପୁଅର ପାଠପଢ଼ା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର ବୋଲି କହିଛନ୍ତି। ସୂଚନା ଯୋଗ୍ୟ; ଗତକାଲି କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ । ପର୍ଯ୍ୟଟକ ମାନେ ଏକ ବଜାରରେ ଥିବା ବେଳେ ହଠାତ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ । ପୋଲିସ ଓ ସେନା ୟୁନିଫର୍ମରେ ଆସି ଗୁଳିବର୍ଷା କରିଥିଲେ । ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି । ସେଥିମଧ୍ୟରୁ ଓଡ଼ିଶାର ବାଲେଶ୍ୱର ସଦର ଅଞ୍ଚଳର ପ୍ରଶାନ୍ତ ଶତପଥୀ ନିଜ ପତ୍ନୀ ଓ ପୁଅଙ୍କ ସହ ପହଲଗାମରେ ବୁଲୁଥିବା ବେଳେ ନିଜ ପରିବାର ସାମ୍ନାରେ ପ୍ରଶାନ୍ତଙ୍କୁ ଗୁଳି କରିଥିଲେ ଆତଙ୍କବାଦୀ। ଆଉ ସେଇଠି ଟଳି ପଡିଥିଲେ ପ୍ରଶାନ୍ତ। Post navigation ୬ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ଅଙ୍ଗନବାଡି ସୁପରଭାଇଜର ପଦବୀ ପାଇଁ ସର୍ବନିମ୍ନ ଯୋଗ୍ୟତା ଗ୍ରାଜୁଏସନ ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ ସମନ୍ ଜାରି