ବଜ୍ରପାତ ଯୋଗୁ ରାଜ୍ୟରେ ବହୁ ଜୀବନ ଚାଲିଯାଉଛି। ଏଥିରୁ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଯାହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ପିସିସିଏଫ୍ ।

ପିସିସିଏଫ ଦେବିଦତ୍ତ ବିଶ୍ୱାଳ ଗଣମାଧ୍ୟମକୁ କହିଛନ୍ତି, ଆଉ ମନଇଚ୍ଛା କାଟି ପାରିବେନି ତାଳଗଛ। ବିନା ଅନୁମତିରେ ତାଳଗଛ କାଟିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ବନ ବିଭାଗ ଅନୁମତି ବିନା ନିଜ ଜାଗାରୁ ମଧ୍ୟ ତାଳ ଗଛ କାଟିପାରିବେନି। ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁରେ ରୋକ ଲଗାଇବାକୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ ଚଳିତ ବର୍ଷ ୧୯ ଲକ୍ଷ ତାଳଗଛ ଲଗାଯିବ। ପ୍ରତି ଫରେଷ୍ଟ ବ୍ଲକର ଚାରି ପଟେ ଚାରୋଟି ଲେଖାଏଁ ତାଳ ଗଛ ଲଗାଯିବ । ଏଥିପାଇଁ ସାଢେ ୭ କୋଟି ଟଙ୍କା ଖର୍ଚ୍ଚ ହେବ । ବଜ୍ରପାତ କମାଇବାକୁ ଏଭଳି ନିଷ୍ପତି ନିଆଯାଇଥିବା ବେଳେ କୃଷି ବିଭାଗକୁ ମଧ୍ୟ ତାଳ ଗଛ ରୋପଣ ପାଇଁ ଏସଆରସି ନିର୍ଦେଶ ଦେଇଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *