ଫୁଲବାଣୀ ମ୍ୟୁନିସିପାଲଟିର ଭାରତୀୟ ଜନତା ପାର୍ଟିର ଅଧକ୍ଷା ଶ୍ରୀମତୀ ସ୍ମିତାରାଣି ମହାନ୍ତି ଅନାସ୍ଥା ଭୋଟ ରେ ବିଜେଡି ଠାରୁ ପରାସ୍ତ ହୋଇଛନ୍ତି । ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସ୍ମିତାରାଣି ମହାନ୍ତିଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ସେ ବିଜେଡିଠୁ ପରାଜିତ ହୋଇଛନ୍ତି।

ସୂଚନା ମୁତାବକ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ। ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି। ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ। ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇ ଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା। ଏ ନେଇ ବୈଠକ ପୂର୍ବରୁ ଦୁଇ ଥର ବିଭିନ୍ନ କାରଣରୁ ବାତିଲ ହୋଇ ଶେଷରେ ଆଜି ଅନାସ୍ଥା ଉପରେ ଆଲୋଚନା ସହ ମତଦାନ ଅନୁଷ୍ଠିତ ହୋଇଥିଲା ହେଉଥିଲେ ସ୍ମିତାରାଣୀ ପରାଜୟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *