ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବାରେ ଆଉ ବିଳମ୍ବ ହେବନି , ଯେହେତୁ ଆଜି ଯୁକ୍ତ ତିନି ଆବେଦନର ଶେଷ ତାରିଖ ତେଣୁ ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି କରିବାକୁ ନିବେଦନ କରିବୁ ।

ସେ ଆଉ ମଧ୍ୟ କହିଛନ୍ତି ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ମଧ୍ୟ ସଠିକ୍ ଭାବେ ପରିଚାଳିତ ହୋଇ ସଠିକ ସମୟରେ ଫଳ ପ୍ରକାଶ ପାଇଥିଲା ।

ସୂଚନା ଯୋଗ୍ୟ; ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସେହିପରି ଥିଓରୀ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହୋଇଥିଲା । ଚଳତବର୍ଷ ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

Leave a Reply

Your email address will not be published. Required fields are marked *