ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE ) କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ।ଅପରାହ୍ନ ୪ଟା ରେ ପ୍ରକାଶ ପାଇଲା ରେଜଲ୍ଟ । ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି ।

ମୋଟ୍ ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ୨ ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି। ପାସ୍ ହାର ୮୨.୭୭ ପ୍ରତିଶତ ରହିଛି। କଳାରେ ୮୦.୫୧ ପ୍ରତିଶତ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ୮୭.୪୯ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବାଣିଜ୍ୟରେ ୮୩.୨ ପ୍ରତିଶତ ଏବଂ ଧନ୍ଦାମୂଳକରେ ୬୦ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ କରିଛନ୍ତି।

ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ www.chseodisha.nic.in ଏବଂ orissaresults.nic.in ଓ୍ୱେବସାଇଟରେ ଘୋଷଣାର ଏକ ଘଣ୍ଟା ପରେ ଜାଣିପାରିବେ । ଏହା ସହ ପରୀକ୍ଷା ଫଳ ଘୋଷଣାର ଏକଘଣ୍ଟା ପରେ SAMS e-spaceରୁ ଅଧ୍ୟକ୍ଷ ଅଧ୍ୟକ୍ଷା ମାନେ ସେମାନଙ୍କ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇପାରିବେ।

ସୂଚନା ଯୋଗ୍ୟ; ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ମାର୍ଚ୍ଚ ୨୭ ଯାଏ ହୋଇଥିଲା। ଚଳିତ ବର୍ଷ ୧୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେଇଥିଲେ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ ।

Leave a Reply

Your email address will not be published. Required fields are marked *