ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି । ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ।

 

ଜୁଲାଇ ୬ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ। ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ । କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି ।

 

By SonaliP

Leave a Reply

Your email address will not be published. Required fields are marked *