ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ନିୟୋଜିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି । ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ବ୍ୟବସ୍ଥାର ଉଦଘାଟନ କରିଥିଲେ ।

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଭାରତ ପାଇଁ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଏକ ବିରାଟ ସଫଳତାର ଦିନ। ଗବେଷଣା ଓ ବିକାଶକୁ ପ୍ରାଥମିକତା ଦେଇ ଦେଶର ପ୍ରଗତିରେ ଏହି ସଫଳତା ପ୍ରତିଫଳିତ ହୋଇଛି । “ଆଜିର ଭାରତ ସମ୍ଭାବନାର ଅସୀମ ଦିଗନ୍ତରେ ନୂତନ ସୁଯୋଗ ସୃଷ୍ଟି କରୁଛି” ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଥିଲେ। ପ୍ରଧାନମନ୍ତ୍ରୀ ଭାରତର ବୈଜ୍ଞାନିକମାନଙ୍କ ଦ୍ୱାରା ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରବିକାଶ ଏବଂ ଦିଲ୍ଲୀ, ପୁଣେ ଏବଂ କୋଲକାତାରେ ଏହାର ପ୍ରତିଷ୍ଠା ବିଷୟରେ ଉଲ୍ଲେଖ କରିଥିଲେ ଏବଂ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ-ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀ ‘ଅର୍କା’ ଏବଂ ‘ଅରୁଣିକା’ର ଉଦଘାଟନ ବିଷୟରେ ମଧ୍ୟ କହିଥିଲେ । ସମଗ୍ର ବୈଜ୍ଞାନିକ ସମୁଦାୟ, ଇଞ୍ଜିନିୟର ଏବଂ ସମସ୍ତ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ତୃତୀୟ ପାଳି ଆରମ୍ଭରେ ଯୁବବର୍ଗଙ୍କୁ ୧୦୦ ଦିନ ବ୍ୟତୀତ ଅତିରିକ୍ତ ୨୫ ଦିନ ପ୍ରଦାନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ଦେଶର ଯୁବବର୍ଗଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ । ଦେଶର ଯୁବ ବୈଜ୍ଞାନିକମାନଙ୍କ ପାଇଁ ଏଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ଉପଲବ୍ଧ କରାଇବା ଦିଗରେ ଏହି ସୁପର କମ୍ପ୍ୟୁଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଏଠିସହ ପଦାର୍ଥ ବିଜ୍ଞାନ, ପୃଥିବୀ ବିଜ୍ଞାନ ଓ ବ୍ରହ୍ମାଣ୍ଡ ବିଜ୍ଞାନ କ୍ଷେତ୍ରରେ ଉନ୍ନତ ଗବେଷଣାରେ ଏହାର ବ୍ୟବହାର ଉପରେ ଆଲୋକପାତ କରିଥିଲେ।

Leave a Reply

Your email address will not be published. Required fields are marked *