ଭୁବନେଶ୍ୱର : ଓଡ଼ିଶା ଦଖଲ ପାଇଁ ଦମ୍ ଲଗାଇଛି ବିଜେପି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପୁଣିଥରେ କର୍ମୀଙ୍କ ମନରେ ଜୋଶ ଭରିବାକୁ ମେ ୨୯ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାଲେଶ୍ୱର ଓ କେନ୍ଦ୍ରାପଡାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ସୂଚନା ଅନୁସାରେ ଚଳିତ ମାସରେ ତିନି ଥର ଓଡ଼ିଶା ଆସିଛନ୍ତି ମୋଦି । ମେ’ ୬ରେ ଓଡ଼ିଶାରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଥିଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ନିର୍ବାଚନୀ ପ୍ରଭାରୀ ବିଜୟପାଲ ସିଂ ତୋମାର । ପରେ ମେ’ ୧୦ ଓ ଏହାପରେ ମେ’ ୧୯ରେ ପୁଣି ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିଥିଲେ ପ୍ରଧାନମନ୍ତ୍ରୀ । ଚଳିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଦୀ ବାରମ୍ବାର ଓଡ଼ିଶା ଗସ୍ତରେ ଆସିବା ବେଳେ ବିଜେଡି ସରକାର ଓ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ଏପରିକି ଓଡ଼ିଶାବାସୀ ଏଥର ପରିବର୍ତ୍ତନ ଚାହୁଁଥିବା ନେଇ ପ୍ରତି ସଭାରେ କହିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀ ୨୯ ତାରିଖରେ ଆସିବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହା । ତୃତୀୟ ପର୍ଯ୍ୟାୟ ନିର୍ବାଚନ ଦିନ ଶାହା ଓଡ଼ିଶା ଗସ୍ତରେ ଆସି ବାରିପଦା, ଚାନ୍ଦବାଲି, କୋରେଇ, ନିମାପଡାରେ ସମାବେଶ କରିବେ । ଅମିତ ଶାହା ମଧ୍ୟ ଚଳିତ ନିର୍ବାଚନରେ ଘନ ଘନ ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବା ସହ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା ମଧ୍ୟ କରିଛନ୍ତି ।

By SonaliP

Leave a Reply

Your email address will not be published. Required fields are marked *